ଆଗ୍ରା ନିକଟରେ ଭୟଙ୍କର ବସ୍ ଦୁର୍ଘଟଣା : ନାଳକୁ ଖସିଲା ଲକ୍ଷୌରୁ ଦିଲ୍ଲୀ ଆସୁଥିବା ବସ,୨୯ ମୃତ ଓ ୨୦ରୁ ଅଧିକ ଆହତ

118

କନକ ବ୍ୟୁରୋ : ଉତ୍ତରପ୍ରଦେଶର ଯମୁନା ଏକ୍ସପ୍ରେସୱେ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନାଳକୁ ଖସି ପଡିଲା ଲକ୍ଷୌରୁ ଦିଲ୍ଲୀ ଅଭିମୁଖେ ଆସୁଥିବା ବସ୍ । ଦୁର୍ଘଟଣାରେ ୨୯ରୁ ଅଧିକ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ୍ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯାତ୍ରୀଙ୍କ ମୃତ୍ୟୁ ପାଇଁ ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କୁ ଯଥା ସମ୍ଭବ ସହାୟତା ଯୋଗାଇ ଦେବାକୁ ପୋଲିସ୍ ଅଧୀକ୍ଷକ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ମୃତକଙ୍କ ପରିବାର ପାଇଁ ସରକାର ୫ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି । ବସରେ ୫୦ଜଣ ଯାତ୍ରୀ ଥିଲେ ବୋଲି ଜଣାପଡିଛି ।