ଏନ୍‌କାଉଣ୍ଟର୍‌ରେ ଅତୀକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ନିହତ। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର, ନୂଆ ସେଲ୍‌ଫୋନ୍‌ ଏବଂ ସିମ୍‌ କାର୍ଡ ଉଦ୍ଧାର ।

ଏନ୍‌କାଉଣ୍ଟର୍‌ରେ ଅତୀକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ନିହତ। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର, ନୂଆ ସେଲ୍‌ଫୋନ୍‌ ଏବଂ ସିମ୍‌ କାର୍ଡ ଉଦ୍ଧାର ।

କନକ ବ୍ୟୁରୋ:ଏନ୍‌କାଉଣ୍ଟର୍‌ରେ ଉମେଶ ପାଲ୍‌ ହତ୍ୟା ମାମଲାର ଅନ୍ୟତମ ଅଭିଯୁକ୍ତ ଅତିକ୍‌ ଅହମଦ୍‌ଙ୍କ ପୁଅ ଅସଦ୍‌ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶର ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ର ଡେପୁଟି ଏସ୍‌.ପି. ନବେନ୍ଦୁ ଏବଂ ବିମଳଙ୍କ ଏହି ଏନ୍‌କାଉଣ୍ଟର୍‌ରେ ଗୁଲାମ୍‌ ନାମରେ ଆଉ ଜଣେ ବ୍ୟକ୍ତିଙ୍କର ବି ମୃତ୍ୟୁ ଘଟିଛି । ତାଙ୍କ ଉପରେ ୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଥିଲା । ମୃତ ଅସଦ୍‌ ଓ ଗୁଲାମ୍‌ଙ୍କ ପାଖରୁ ପୁଲିସ ବିଦେଶରେ ନିର୍ମିତ ଅତି ଉନ୍ନତ ଅସ୍ତ୍ରଶସ୍ତ୍ର ଉଦ୍ଧାର କରିଛି।

ପୁଲିସ କହିବା ଅନୁସାରେ, ଟିମ୍‌ ଉପରକୁ ଦୁହେଁ ପ୍ରଥମେ ଗୁଳି ଚଳାଇଲେ। ‘ସ୍ପେସାଲ୍‌ ଟାସ୍କ୍‌ ଫୋର୍ସ’ ଟିମ୍‌ ପାଲଟା ଗୁଳି ଚଳାଇବାରୁ ଦୁହିଁଙ୍କର ମୃତ୍ୟୁ ଘଟିଲା। ସେମାନଙ୍କ ନିକଟରୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର, ନୂଆ ସେଲ୍‌ଫୋନ୍‌ ଏବଂ ସିମ୍‌ କାର୍ଡ ଉଦ୍ଧାର କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe