କନକ ବ୍ୟୁରୋ : ପିପିଲିରେ ମୁହାଁମୁହିଁ ବିଜେଡି-ବିଜେପି । ପ୍ରଚାର ରାଲି ଚାଲିଥିବା ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେଡି-ବିଜେପି କର୍ମୀ । ରାୟଗୁରୁପୁରରେ ବିଜେପିର ପ୍ରଚାର ଚାଲିଥିବା ବେଳେ ବିଜେଡି କର୍ମୀ ଆକ୍ରମଣ କରିଥିବା ନେଇ ଅଭିଯୋଗ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ରାଲିରେ ଉପସ୍ଥିତ ଥିବା ବେଳେ କର୍ମୀଙ୍କ ଉପରକୁ ମଧ୍ୟ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।
ଅଭିଯୋଗ ଅନୁଯାୟୀ, ବିଜେଡି କର୍ମୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ବିଜେପିର ଜଣେ କର୍ମୀ ଆହତ ହୋଇଛନ୍ତି । ଏପରିକି ରାଲିରେ ଯାଉଥିବା ବିଜେପି କର୍ମୀଙ୍କ ଗାଡିକୁ ଭାଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି । ଆଉ ଏହାର ପ୍ରତିବାଦରେ ଡେଲାଙ୍ଗ-ରାୟଗୁରୁପୁର ରାସ୍ତାରେ ଧାରଣାରେ ବସିଛନ୍ତି ପ୍ରାର୍ଥୀ ଆଶ୍ରିତ ଓ ବିଜେପି କର୍ମୀ । ଆଉ ଦିନ କେଇଟା ପରେ ପିପିଲିରେ ନିର୍ବାଚନ ହେବାକୁ ଥିବା ବେଳେ ପ୍ରଚାର ବେଳେ ଏଭଳି ଆକ୍ରମଣ ଅଭିଯୋଗ ପିପିଲି ରାଜନୀତିକୁ ଆହୁରି ଉଷ୍ମ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/28.jpg)