କନକ ବ୍ୟୁରୋ: ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦ ମ୍ୟାଚ । ଆଜିର ମ୍ୟାଚରେ ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଛି । ଫଳରେ ବ୍ୟାଟିଂ ପାଇଁ ମୈଦାନକୁ ଓହ୍ଲାଇବ ଭାରତ । ୫ଟିକିଆ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ପ୍ରଥମ ମ୍ୟାଚ ଜିତି ୧-୦ରେ ଆଗୁଆ ରହିଛି । ତେବେ ଆଜିର ମ୍ୟାଚରେ ଉଭୟ ଦଳଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିବ । ସେହିପରି ଯୁବ ଖେଳାଳିଙ୍କୁ ନେଇ ମୈଦାନକୁ ଓହ୍ଲାଇଥିବା ଭାରତୀୟ ଟିମ ପ୍ରଥମ ମ୍ୟାଚରେ ତାର ଜଲୱା ଦେଖାଇ ସାରିଛି । ତେବେ ଦ୍ୱିତୀୟ ମ୍ୟାଚ ରୋମାଞ୍ଚକର ହେବ ବୋଲି ଆଶା ରହିଛି ।