ଶୁଭ ମୁହୂର୍ତ୍ତରେ ହେଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା । ସାମ୍ନାକୁ ଆସିଲା ଗର୍ଭଗୃହରେ ସୁସଜ୍ଜିତ ଶ୍ରୀରାମଙ୍କ ପ୍ରଥମ ଝଲକ ।

1,102

କନକ ବ୍ୟୁରୋ: ସବୁ ଅପେକ୍ଷାର ଅବସନା ଘଟିଛି । ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା । ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯଜମାନରେ ଏହା ସମ୍ପନ୍ନ ହୋଇଛି । ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି ।

ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି । ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ ।