କନକ ବ୍ୟୁରୋ : ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ।

Advertisment

ମିଳିଥିବା ସୂଚନା ମୁତାବକ, ଆଜି ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। କିନ୍ତୁ ଏହି ସମୟରେ ସେବାୟତ ଘରର ମହିଳା ଜଣକ ଝୁଣ୍ଟି ପଡିଥିଲେ । ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳାଳତୀ ପୂର୍ବରୁ ନୀତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡମହାସ୍ନାନ ହେବା ପରେ ନୀତି ଆଗକୁ ବଢିବ ବୋଲି ଜଣାପଡିଛି ।