ଆରମ୍ଭ ହେଲା ରଥଟଣା । ଗଡିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ

117

କନକ ବ୍ୟୁରୋ : ଆରମ୍ଭ ହେଲା ରଥ ଟଣା । ଗଡିଲା ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ । ପଛରେ ଆସୁଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ । ତେବେ ତିନି ଠାକୁରଙ୍କ ରଥ ଦଉଡି ଛୁଇଁବା ପାଇଁ ଭକ୍ତଙ୍କ ଭିତରେ ଠେଲା ପେଲା ଚାଲିଛି । ପ୍ରଭୁ ବଳଦେବଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଗଡିଲା ପରେ , ଶେଷରେ ଗଡିବ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ପ୍ରବଳ ଉତ୍ସାହ ଓ ଭକ୍ତିରେ ରଥକୁ ଟାଣି ନେଉଛନ୍ତି ଭକ୍ତମାନେ । ବଡଦାଣ୍ଡ ଉଠୁଛି ପଡୁଛି ହରିବୋଲ ଓ କରତାଳିରେ ।

‘ତାଳଧ୍ୱଜ’ ବା ‘ଲଙ୍ଗଳ ଧ୍ୱଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି ।

  • ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ ।
  • ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ।
  • ଦଧିନଉତି: ହିରଣ୍ମୟୀ
  • ସାରଥି: ମାତଳୀ ।
  • ରଥର ଦଉଡ଼ି: ବାସୁକୀ ।
  • ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ତୀବ୍ର, ଘୋର, ଦୀର୍ଘଶ୍ରମ ଏବଂ ସ୍ବର୍ଣ୍ଣନାଭ) ବା (ସ୍ଥିରା, ଧୃତି, ସ୍ଥିତି ଏବଂ ପ୍ରଜ୍ଞା) ବା (ଶଙ୍ଖ,ସୁଚ଼ିତ୍ର, ଅଙ୍ଗଦ ଏବଂ ମେଘନାଦ) ସ୍ଥାପନ କରାଯାଏ ।
  • ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ ।
  • ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ ।
  • ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।