ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି ଜୋର । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ଆଜି ଦକ୍ଷିଣ ମୋଡ ନେବେ ତିନି ରଥ ।

Advertisment
ବଡ଼ଦାଣ୍ଡର ଛାତ ଉପରୁ କେହି ଦେଖି ପାରିବେନି ରଥଯାତ୍ରା । ପ୍ରଶାସନର ବାରଣ ପରେ କଟକଣା ହଟାଇବାକୁ ଦାବି କଲେ ବଡ଼ଦାଣ୍ଡ ବାସିନ୍ଦା । କହିଲେ, ନିଜ ଛାତ ଉପରୁ କାହିଁକି କରିପାରିବୁନି ଦର୍ଶନ ।

କନକ ବ୍ୟୁରୋ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି ଜୋର । ଆଜି ତିନି ରଥ ଦକ୍ଷିଣ ମୋଡ ନେବେ । ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ପାଖକୁ ଆସିବେ ତିିନ ରଥ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଚୂଡ଼ାନ୍ତ ହୋଇଛି । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣ ମୋଡ଼ ହୋଇ ଶରଧବାଲିରେ ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି ହୋଇ ରହିବେ । ପରମ୍ପରା ଅନୁଯାୟୀ ପ୍ରଥମେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣ ମୋଡ଼ ପାଇଁ ଶରଧାବାଲିକୁ ନିଆଯିବ । ଏହାପରେ ବଡ଼ ଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥକୁ ଟାଣି ଦକ୍ଷିଣ ମୋଡ଼ କରାଯିବ ।

ସେପଟେ ପୁରୀରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ଜାରି ହେଲା କର୍ଫ୍ୟୁ । ଜୁନ୍ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ ରାତି ୧୦ ଟା ଯାଏ କର୍ଫ୍ୟୁ ବଳବତର ରହିବ । ସାରା ଜିଲ୍ଲାରେ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ । ବିଶେଷ କରି ପୁରୀରେ କଡା କଟକଣା ଲାଗୁ ହେବ । ପୁରୀକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍ କରାଯିବ । ବଡଦାଣ୍ଡରେ ଥିବା ସବୁ ଘର ଓ ଧର୍ମସ୍ଥଳକୁ ପ୍ରଶାସନ ପକ୍ଷରୁ ଯାଂଚ କରାଯିବ । ପରିବାର ସଦସ୍ୟଙ୍କ ବ୍ୟତୀତ ଘରେ ଅନ୍ୟ କେହି ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଦୋକାନ ବଜାର ବନ୍ଦ ରହିବ । ବିନା ଜରୁରୀ କାମରେ ପୁରୀ ବାସିନ୍ଦାଙ୍କୁ ବଡଦାଣ୍ଡକୁ ବାହାରିବାକୁ ମନା କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe