ଜଗନ୍ନାଥଙ୍କ ପହଣ୍ଡି ବିଜେ । ଟାହିଆ ଲଗାଇ ଝୁଲି ଝୁଲି ଆସୁଛି କେଡେ ସୁନ୍ଦର ଦିଶୁଛି ଜଗା

152

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । ବର୍ଷା ସତ୍ୱେ କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ଧାଡ଼ି ପହଣ୍ଡିରେ ରୁଢାରୁଣ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି ।

ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଗୁଣ୍ଡିଚାଘରୁ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଧାଡ଼ି ପହଣ୍ଡିରେ ବାହାରିଥିଲେ । ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହୋଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।

ଲଗାଣ ବର୍ଷା ବାଧକ ସାଜିଥିଲେ ମଧ୍ୟ ଶରଧାବାଲିରେ ଶ୍ରୀବିଗ୍ରହଙ୍କୁ ବାହୁଡ଼େଇ ଆଣିବା ପାଇଁ ଭକ୍ତଙ୍କ ସମାଗମ ଧିରେ ଧିରେ ବଢ଼ିବାରେ ଲାଗିଛି । ସେହି ଭାବ ବିନୋଦିଆ କାଳିଆ ସାଆନ୍ତକୁ ଦେଖିବା ପାଇଁ କାହିଁକେତେ ଦୂରରୁ ଧାଇଁ ଆସିଛି ଭକ୍ତ । ରଥ, ପ୍ରସ୍ତୁତ, ପଥ ବି ପ୍ରସ୍ତୁତ କେବଳ ଅପେକ୍ଷା ତିନି ରଥକୁ ବିରାଜମାନ । ଆଉ ଗୁଣ୍ଡିଚା ଦିନ ପରି ମହାପ୍ରଭୁଙ୍କ ପରମ ସେବକ ଗଜପତି ମହାରାଜ ତିନି ରଥକୁ ଛେରା ପହଁରା ଶେଷ କରିବା ପରେ ରଥ ନିର୍ଦ୍ଦେଶକଙ୍କ ପରାମର୍ଶ କର୍ମେ ରଥଟଣା ଆରମ୍ଭ ହେବ ।