ଆଜି କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । ଭବାନୀପାଟଣାରେ ଆୟୋଜିତ ମିଶ୍ରଣ ପର୍ବରେ ହେଲେ ସାମିଲ

247

କନକ ବ୍ୟୁରୋ: କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ । କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଲେ ।

ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଉପସ୍ଥିତ ଥିଲେ । ନିଜ ଅଂଚଳର ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି ସେ କଂଗ୍ରେସରେ ସାମିଲ ହେଉଥିବା କହିଛନ୍ତି ବଳଭଦ୍ର ମାଝୀ । ଜାନୁଆରୀ ୮ ତାରିଖରେ ବିଜେଡିରୁ ସେ ଇସ୍ତଫା ଦେଇଥିଲେ । ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇ ଆସିଛନ୍ତି । ସେ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ । ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ ଆସନରୁ ଥରେ ବିଜୟୀ ହୋଇଥିଲେ ।