କନକ ବ୍ୟୁରୋ : ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା । ସୀତାମାଇଲ ନିକଟରେ ଟ୍ରକକୁ ପଛ ପଟୁ ବଲେରୋ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ଭୀମଭୋଇ ମେଡିକାଲରେ ଭର୍ତି କରାଯାଇଛି ।
ପାଟଣାଗଡରୁ ବଲେରୋରେ ପୁରୀ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯାଉଥିଲେ । କୁହୁଡି ପାଇଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/11/road-accident-.jpg)