ବାହାନଗା ଟ୍ରେନ ଦୁର୍ଘଟଣା : ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବିତ

1,714

କନକ ବ୍ୟୁରୋ : ବାହାନଗା ଟ୍ରେନ ଦୁର୍ଘଟଣା । ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ରା ସୁଚନା ଦେଇଛନ୍ତି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା ।

ସିଗ୍ନାଲିଂ ସର୍କିଟ୍ ବଦଳାଯିବା ବେଳେ ବୈଷୟିକ ତ୍ରୁଟି ଯୋଗୁଁ ଇଣ୍ଟର୍ଲକିଂ ସିଷ୍ଟମ୍ ପ୍ରଭାବିତ ହୋଇଥିଲା ଓ ଏହି କାରଣରୁ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ସିଆର୍ଏସ୍ ରିପୋର୍ଟ ଦେଇଥିଲେ । ସେହି ରିପୋର୍ଟକୁ ଆଧାର କରି ଉକ୍ତ ଗିରଫଦାରୀ ହୋଇଥିବା କୁହାଯାଉଛି। ତେବେ ଦୁର୍ଘଟଣା ପଛରେ କୌଣସି ଅନ୍ତର୍ଘାତୀ ବା ଷଡଯନ୍ତ୍ର ଥିବା ବାବଦରେ ଏ ଯାଏ କିଛି ସ୍ପଷ୍ଟ ହୋଇନାହିଁ ।