କନକ ବ୍ୟୁରୋ : ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ଅସୁସ୍ଥ । ଥଣ୍ଡା, ଜ୍ୱର ସହ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଛାତିରେ କିଛି ମାତ୍ରାରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଛି । ତେବେ ପ୍ରତାପଙ୍କ କୋଭିଡ ରିପୋର୍ଟ ନେଗେଟିଭ ରହିଛି । ଡାକ୍ତର ଟିମ୍ ପ୍ରତାପଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । ପ୍ରତାପଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଥିବା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us