ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଜି ବନକଲାଗି ନୀତି : ଗୁପ୍ତ ନୀତି ପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

117

କନକ ବ୍ୟୁରୋ : ଆଜି ପବିତ୍ର ଭାଦ୍ରବ କୃଷ୍ଣ ତୃତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ସମ୍ପନ୍ନ ହେବା ପରେ ଦତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ନୀତି ସମ୍ପାଦନ କରିବେ । ଆଜିର ଏହା ପ୍ରାୟ ୪ ଘଣ୍ଟା ନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ସର୍ବସାଧାରଣ ଦର୍ଶନର ତୃତୀୟ ଦିନରେ ପହଂଚିଥିବା ବେଳେ ୪ଘଣ୍ଟା ଦର୍ଶନ ବନ୍ଦ ହେଲେ ବହୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବାରୁ ବଂଚିତ ହେବାର ଆଶଙ୍କା ରହିଛି ।