କନକ ବ୍ୟୁରୋ : ଜାନୁଆରୀ ୧୫ରୁ ଦୁଲୁକିବ ବିଶ୍ୱର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଂଚ । ଆରମ୍ଭ ହେବ ବରଗଡ ଧନୁଯାତ୍ରା । ୨୫ ତାରିଖ ଯାଏଁ ୧୧ ଦିନ ଧରି ବରଗଡରେ ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ ସହର ପାଲଟିବ ମଥୁରା ନଗରୀ ଓ ଅମ୍ବାପାଲି ପାଲଟିବ ଗୋପପୁର । ବିଶ୍ୱର ବଡ ମୁକ୍ତାକାଶ ରଙ୍ଗମଂଚରେ କୃଷ୍ଣଜନ୍ମଠୁ ଆରମ୍ଭ କରି କଂସବଧ ଯାଏଁ ବିଭିନ୍ନ ଦୃଶ୍ୟ ଅଭିନୀତ ହେବ । ବରଗଡ ଧନୁଯାତ୍ରା କମିଟିର ଅଧ୍ୟକ୍ଷ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରସ୍ତୁତି ବୈଠକରେ ୭୬ତମ ଧନୁଯାତ୍ରା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି ।
ଜାନୁଆରୀ ୧୫ରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ଦୁଲୁକିବ ବିଶ୍ୱର ସବୁଠାରୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ
/kanak/media/post_attachments/wp-content/uploads/2023/11/8-27.jpg)