କନକ ବ୍ୟୁରୋ: ବିଜେଡିରେ ମିଶିଲେ ବର୍ଷା ପ୍ରିୟଦର୍ଶିନୀ । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରୁଥିବା ନଜର ଆସିଛନ୍ତି । ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ପ୍ରଚାର କରିଥିଲେ । ହେଲେ ଏବେ କିନ୍ତୁ ସେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।
Kanak News is now on WhatsApp
Join and get latest news updates delivered to you via WhatsApp
ବିଜେଡିରେ ସାମିଲ ହେଇ ବର୍ଷା କହିଛନ୍ତି, ସେ ନବୀନ ପଟ୍ଟନାୟକଙ୍କ ଫ୍ୟାନ୍, ତାଙ୍କ ପାଇଁ ସେ ଗୋଟିଏ ସିନେମା ମଧ୍ୟ କରିଛି । ନବୀନଙ୍କ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ତାଙ୍କୁ ସବୁବେଳେ ପ୍ରେରଣା ଦେଇଥାଏ । ମୁଖ୍ୟମନ୍ତ୍ରୀ କଥାରେ କମ୍ ଓ କାମ ବେଶି କରନ୍ତି । ତା ଛଡା ସେ କାହା ବିରୋଧରେ ମଧ୍ୟ କୁହନ୍ତିନି, ତାଙ୍କ କାମ ହିଁ କଥା କୁହେ । ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦୀ ବୋଲି ବିଜେଡିରେ ସାମିଲ ହେଇ ବର୍ଷା କହିଛନ୍ତି । ତା ଛଡା ବିଜେଡିରେ ସାମିଲ ହେଇ ମୁଖ୍ୟମନ୍ତ୍ରୀ, ଭିକେ ପାଣ୍ଡିଆନ୍ ଏବଂ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଦେଇଛନ୍ତି ।