ସୁସ୍ଥ ହେଲେ ସୌରଭ । ଗତ ୨୭ ତାରିଖରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଡାକ୍ତରଙ୍କ ସୂଚନା ।

60

କନକ ବ୍ୟୁରୋ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସିର ଖବର । ମେଡିକାଲରୁ ଡିସଚାର୍ଜ ହେଲେ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି । ଗତ ୨୭ ତାରିଖରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପୁଣିଥରେ କଲିକତାର ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ହସ୍ପିଟାଲର ବରିଷ୍ଠ ଡାକ୍ତର ରାଣା ଦାସଗୁପ୍ତା ସୂଚନା ଦେଇଛନ୍ତି ।

ସେହିପରି ପୂର୍ବରୁ ମଧ୍ୟ ଗତ ୨ ଜାନୁଆରୀରେ ଛାତିରେ ଯନ୍ତ୍ରଣା କାରଣରୁ ଗାଙ୍ଗୁଲିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ୫ ଦିନ ଚିକିତ୍ସିତ ହେବା ପରେ ଜାନୁଆରୀ ୭ରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ପୂର୍ବରୁ ବ୍ୟାୟାମ କରୁଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଗାଙ୍ଗୁଲି । ଆଉ ଗତ ୨୭ ତାରିଖରେ  ପୁଣିଥରେ ଅସୁସ୍ଥ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।