ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ କୋଲକାତାର ଉଡଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି

238

କନକ ବ୍ୟୁରୋ: ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇଥିବା ଜଣାଯାଇଛି। ସେ ହୃଦଘାତର ଶିକାର ହୋଇଥିବା କୁହାଯାଉଛି। ଅସୁସ୍ଥ ହେବା ପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜିମରେ ବ୍ୟାୟାମ କରୁଥିବା ବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ ଏବଂ ଏହାପରେ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିବେ ବୋଲି ସୂଚନା ମିଳିଛି।