କନକ ବ୍ୟୁରୋ : ଭଦ୍ରକ ଜିଲ୍ଲା ଚରମ୍ପା ବେଲମଳା ଗାଁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୧୦ ବଖରା ଘର ଜଳିଯିବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ଖବର ପାଇ ଦୁଇଟି ଦମକଳ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ବିଦ୍ୟୁତ୍ ସର୍ଟସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ ।
ଚରମ୍ପା ବେଲମଳା ଗାଁରେ ୧୦ ବଖରା ଘର ପୋଡି ପାଉଁଶ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ; ନିଆଁ ଲିଭାଇବାରେ ୨ଟି ଦମକଳ ନିୟୋଜିତ
/kanak/media/post_attachments/wp-content/uploads/2020/11/fire3-640x430.jpg)