ଭାରତ ବନ୍ଦ ପାଇଁ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ଛୁଟି । ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ସୁରକ୍ଷା ଦୃଷ୍ଟିରୁ ଛୁଟି ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା

53

କନକ ବ୍ୟୁରୋ:ଭାରତ ବନ୍ଦକୁ ଦୃଷ୍ଟିରେ ରଖି ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜ ଛୁଟି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ତେବେ ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ସୁରକ୍ଷାଦୃଷ୍ଟିରୁ ଛୁଟି ଘୋଷଣା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି । ପଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଆଜି ଭାରତ ବନ୍ଦ ପାଳନ କରୁଛି । ତେଣୁ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ କଲେଜକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଉଲ୍ଲେଖ ଥାଉ କି, ତୈଳ ଦର ପ୍ରତିବାଦରେ ଆଜି ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ପାଳନ ଅପରାହ୍ନ ୩ଟା ଯାଏଁ ଚାଲିବ । ତେବେ ବନ୍ଦପାଳନକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲକୁ ବନ୍ଦ ରଖାଯାଇଛି । ସେହିପରି ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସରେ ପହଂଚିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏପଟେ ବନ୍ଦ ପାଇଁ ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି ।

ଭାରତ ବନ୍ଦ ପାଇଁ ଅଟୋ ଓ ଟାକି୍ସ ଚଳାଚଳ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ଘୋଷଣା କରାଯାଇଛି । ତେବେ କଂଗ୍ରେସର ଏହି ବନ୍ଦ ପାଳନ ବେଳେ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି । ସ୍କୁଲ କଲେଜ ବସ୍, ପରୀକ୍ଷାର୍ଥୀ, ଆମ୍ବୁଲାନ୍ସ, ଔଷଧ ଦୋକାନ, କ୍ଷୀର ଗାଡ଼ି ଭଳି ଅତ୍ୟାବଶ୍ୟକ ସେବାକୁ ଏହି ବନ୍ଦରୁ ବାଦ ଦିଆଯାଇଛି ।