ଆସନ୍ତା ୮ରେ ଭାରତ ବନ୍ଦ। ୧୨ ଦଫା ଦାବି ନେଇ ଧର୍ମଘଟ ଡାକରା। କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ ସ୍ୱାଧୀନ ଫେଡରେସନ୍ ମିଳିତ ମଞ୍ଚ ପକ୍ଷରୁ ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା

ବେକାରୀ,ବେରୋଜଗାର, ଦରଦାମ୍ ବୃଦ୍ଧିର ପ୍ରତିବାଦ । ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ନେଇ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଲା ମଞ୍ଚ

10,940

କନକ ବ୍ୟୁରୋ: ଏନଡିଏ ସରକାରଙ୍କ ‘ଦମନକାରୀ ନୀତି’ ପ୍ରତିବାଦରେ ୧୦ଟି ଶ୍ରମିକ ସଂଗଠନ ପକ୍ଷରୁ ଜାନୁଆରି ୮ ତାରିଖରେ ଦିଆଯାଇଛି ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା । ଏହି ବନ୍ଦ ଡାକରାକୁ ଦେଶବ୍ୟାପୀ ବିଭିନ୍ନ  ସଂଗଠନ ସମର୍ଥନ କରିଛନ୍ତି। ଶ୍ରମିକ ସଂଗଠନ ସିଟୁର ସାଧାରଣ ସଂପାଦକ ତପନ ସେନ କହିଛନ୍ତି ଯେ ଅସଂଗଠିତ, ବ୍ୟାଙ୍କିଙ୍ଗ୍ ଏବଂ ବୀମା କ୍ଷେତ୍ର କର୍ମଚାରୀ , ବନ୍ଦର ଶ୍ରମିକ ଦେଶବ୍ୟାପୀ ଏହି ଧର୍ମଘଟରେ ସାମିଲ ହେବ। ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେରୋଜଗାର ପ୍ରସଙ୍ଗରେ ଏହି ବନ୍ଦ ପାଳନ କରାଯିବ।

 

ଏଥିଯୋଗୁଁ ସାରା ଦେଶରେ ରେଳ ଓ ବ୍ୟାଙ୍କି ସହ ବିଭିନ୍ନ ସେବା ପ୍ରଭାବିତ ହେବ । ବିଭିନ୍ନ ବ୍ୟାଙ୍କି ସେବା ସହ ରେଳ ସେବା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଭାବିତ ହେବବୋଲି ଜଣା ପଡିଛି । ଶ୍ରମିକମାନଙ୍କ କ୍ଷେତ୍ରରେ ସରକାର ଘୋଷଣା କରିଥିବା ବିଭିନ୍ନ ନୀତି ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି । ଶ୍ରମ ଆଇନରେ କରାଯାଇଥିବା ପରିବର୍ତ୍ତନକୁ ବିରୋଧ କରାଯାଇଛି ।

ଆସନ୍ତା ୮ ତାରିଖରେ ଭାରତ ବନ୍ଦ । ୧୨ ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ ସ୍ୱାଧିନ ଫେଡରେସନ ମିଳିତ ମଂଚ । ତେବେ ବେକାରୀ, ବେରୋଜଗାର, ଶ୍ରମ ଆଇନ କୋ ଅଡିଫିକେସନ, ଦରଦାମ ବୃଦ୍ଧି , ସର୍ବନିମ୍ନ ବେତନ ବୃଦ୍ଧି, ସାମାଜିକ ସୁରକ୍ଷା ଭଳି ୧୨ ଦଫା ଦାବିରେ ୨୪ ଘଂଟିଆ ବନ୍ଦ ଡାକରା ଦେଇଛି ମିଳିତ ମଂଚ । ସେହିଭଳି ଶାନ୍ତିପୂର୍ଣ୍ଣ ବନ୍ଦ ପାଳନରେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିବା ସହ ଓଡିଶା ଶାଖାର ଏକ ପ୍ରତିନିଧି ଦଳ ୩ ଜଣିଆ ମନ୍ତ୍ରୀ ସ୍ତରୀୟ କମିଟିକୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି ।