ଆସିଲା କୁମ୍ଭୀରଙ୍କ ପ୍ରଜନନ ଋତୁ । ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ୩ମାସ ଯାଏଁ ଭିତରକନିକା ବନ୍ଦ ।

71

ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି । ମେ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି ।

ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି । ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ । ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ୩ମାସ ଧରି ଭିତରକନିକାକୁ ପ୍ରବେଶ ନିଷେଧ କରାଯାଇଛି ।