ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା: ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ହେଲା ବନ୍ଦ ରହିଥିଲା ଅଭୟାରଣ୍ୟ

157

କନକ ବ୍ୟୁରୋ: ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଅଭୟାରଣ୍ୟ । ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଭିତରକନିକା । କୁମ୍ଭୀରଙ୍କ ପ୍ରଜନନ ଋତୁ ଚାଲିଥିବାରୁ ଗତ ୩ ମାସ ହେଲା ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ତେବେ ଆଜିଠାରୁ ପୁଣି ଏହା ଖୋଲିବ ବୋଲି ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଯୋଗୁ ଗତ ମେ’ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଏଠାରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲଗା ଯାଇଥିଲା। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀର ଏହି ସମୟରେ ବସାବାନ୍ଧି ସେଥିରେ ଅଣ୍ଡା ଦେଇଥାନ୍ତି। ସେଗୁଡିକୁ ସୁରକ୍ଷା ପାଇଁ ଉଭୟ ସତର୍କତାର ସହିତ ଜଗିଥାନ୍ତି। ଏହି ସମୟରେ ବାହ୍ୟ ଶତ୍ରୁ ପାଇଁ ବଉଳା କୁମ୍ଭୀରମାନେ ଅତ୍ୟଧିକ ହିଂସ୍ର ହୋଇପଡ଼ିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜନଗର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ୩ ମାସ ପାଇଁ ଭିତରକନିକାକୁ ବନ୍ଦ ରଖାଯାଇଥିଲା। ତେବେ ଆଜିଠାରୁ ପୁଣି ଏହା ଖୋଲିବ ବୋଲି ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।