କନକ ବ୍ୟୁରୋ: ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର । ବୁଧବାର ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭୃଗୁ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ, ଅତ୍ୟନ୍ତ ଦୁଃଖର ସହିତ ବିଜେପିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି । ଗତ ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି । ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି । ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ତେବେ ଖୁବଶୀଘ୍ର ଭୃଗୁ ବକ୍ସିପାତ୍ର ବିଜେଡିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି । ତେବେ ତାଙ୍କର ଆଗାମୀ କାର୍ଯ୍ୟପନ୍ଥା କଣ ହେବ ତାହା ଦେଖିବାକୁ ବାକି ରହିଲା ।publive-image