ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି : ଭୁବନେଶ୍ୱରରେ ଦୃଶ୍ୟମାନ ଦୂରତା ୧୦୦ ମିଟରରୁ କମ୍

 ରାସ୍ତାରେ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ

71

କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଘନ କୁହୁଡି ଦେଖିବାକୁ ମିଳିଛି । ଦୃଶ୍ୟମାନ ଦୂରତା ୧୦୦ ମିଟର ବା ତାଠାରୁ କମ୍ ରହିଛି । ଲୋକେ ଯଥାସମ୍ଭବ ଯାତାୟତରୁ ନିବୃତ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଯାତାୟତ ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସେପଟେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଦୁଇ ଦିନ ପର୍ଯ୍ୟନ୍ତ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୩ରେ ବର୍ଷା ଅଧିକ ହେବ ବୋଲି କହିଛି ଆଂଚଳିକ ପାଣିପାଗ କେନ୍ଦ୍ର ।