ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ପଖାଳ ଗବେଷଣା । ବାସି ପଖାଳରେ ରହିଛି ରୋଗ ପ୍ରତିରୋଧକ ଶକ୍ତି । କରୋନାର ମୁକାବିଲା ବି କରିପାରିବ ବାସି ପଖାଳରୁ ସୃଷ୍ଟି ହେଉଥିବା ରୋଗ ପ୍ରତିରୋଧକ ଶକ୍ତି ।

1,525

କନକ ବ୍ୟୁରୋ: ବାସି ପଖାଳରେ ରହିଛି ରୋଗ ପ୍ରତିରୋଧକ ଶକ୍ତି । ଭୁବନେଶ୍ୱର ଏମ୍ସର  ଡାକ୍ତରଙ୍କ ଗବେଷଣାରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି ।  ଡକ୍ଟର  ବାଲମୁରଗାନ୍  ରାମଦୋସ ଗବେଷଣା କରି ଏଭଳି  କଥା କହିଛନ୍ତି । ତାଙ୍କ କହିବା କଥା ହେଲା,  ବାସି ପଖାଳରେ ଥିବା ରୋଗ ପ୍ରତିରୋଧକ ଶକ୍ତି ଶରୀରରେ  ରୋଗ ସହ ଲଢେଇ  କରିବାରେ ସହାୟତା କରିଥାଏ । ରାତିରେ ପଖାଳ ହୋଇଥିବା ତୋରାଣିରେ ଭିଟାମିନ-ବି ୧୨,  ଭିଟାମିନ-କେ ରହିଥାଏ । ଏହ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି ବଢାଇବାରେ ସହାୟତା କରିଥାଏ ।

ରାତିରେ ଭାତକୁ ପଖାଳିବା ଦ୍ୱାରା କିଛି ସମୟ ପରେ ଲାକ୍ଟୋ-ବାସିଲସ ନାମକ ସକାରାତ୍ମକ ଜୀବାଣୁ ତିଆରି ହୋଇଥାଏ ।  ଏହା ଖାଇଲା ପରେ ପାଚନ ପ୍ରକ୍ରିୟାରେ ସହାୟକ ହୋଇଥାଏ  । ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପଖାଳ ନମୁନା ସଂଗ୍ରହ କରାଯାଇ ଗବେଷଣା କରାଯିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି ।  ହୋଟେଲରେ ପଖାଳ ନୁହେଁ ବରଂ ଘରେ ପ୍ରସ୍ତୁତ ପଖାଳ  ଶରୀର ପାଇଁ ଅଧିକ ହିତକର ବୋଲି ଗବେଷଣାରୁ ଜଣାପଡିଛି । ସାଧାରଣ ଲୋକଙ୍କ ପାଇଁ ପଖାଳ ସହଜରେ ଉପଲବ୍ଧ ହେଉଥିବାବେଳେ  ଏଭଳି ତଥ୍ୟ ସାମ୍ନାକୁ ଆସିବା ଆଶ୍ୱସ୍ତି ଆଣିଛି । ଜଣେ ଦିନକୁ ୫ ମିଲିଲିଟର ବାସି ତୋରାଣି ପିଇଲେ ଶରୀର ପାଇଁ ହିତକର ବୋଲି  ଗବେଷଣାରୁ ଜଣାପଡିଛ ।   ଡକ୍ଟର  ବାଲମୁରଗାନ୍  ରାମଦୋସ ଏମ୍ସରେ ଡିପାର୍ଟମେଂଟ ଅଫ ବାୟୋକେମଷ୍ଟ୍ରି ଆଡିସିନାଲ ପ୍ରଫେସର ଅଛନ୍ତି ।