ରାଜଧାନୀରେ ସ୍ଥିର ରହିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୭୨ଜଣ ପଜିଟିଭ୍ ଚିହ୍ନଟ, ୨୦୪ ସୁସ୍ଥ ।

143

କନକ ବ୍ୟୁରୋ : ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି । ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୨୦୦ଭିତରେ ରହୁଛି । ଆଜି ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।

ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୬ଜଣ ରହିଛନ୍ତି । ଏଯାବତ ରାଜଧାନୀରୁ ୧୦୮୦୮୫ଜଣ ଚିହ୍ନଟ ହୋଇଥିବା ବେଳେ ୧୦୪୦୯୫ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ଏବେ ବି ଭୁବନେଶ୍ୱରରେ ୨୯୬୫ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୦୦୪ଜଣଙ୍କର ମୃତ୍ୟୁ ହୋଇଛି । ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।