କନକ ବ୍ୟୁରୋ : ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି ।

Advertisment

ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।