ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା : ଗୁରୁତର ୨ଜଣଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ ।

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ମୃତ

341

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ମୃତ । ଗତକାଲି ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଗୁରୁତର ହୋଇ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ଦେହର ପ୍ରାୟ ୬୦ ଭାଗ ଜଳିଯାଇଥିବା ବେଳେ ଆଜି ମୃତ୍ୟୁ ହୋଇଥିବା ସୂଚନା ମିଳିଛି
ସୂଚନା ଅନୁଯାୟୀ, ମୃତ ବ୍ୟକ୍ତିଙ୍କ ନାଁ ସତ୍ୟ ନାୟକ । ତାଙ୍କ ଘର ଗଞ୍ଜାମ ଅଞ୍ଚଳରେ ବୋଲି ଜଣାପଡିଛି । ତେବେ ଗତକାଲି ଦୁଇଜଣ ଗୁରୁତର ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲରେ ଭର୍ତି କରାଯାଇଥିଲା । ଦୁଇ ଜଣଙ୍କ ମଧ୍ୟରୁ ସତ୍ୟ ନାୟକଙ୍କ ଅବସ୍ଥା ଗୁରୁତର ରହିଥିଲା । ତାଙ୍କ ଶରୀରର ୪୦ରୁ ୬୦ ପ୍ରତିଶତ ପୋଡିଯାଇଛି । ଏହା ସହ ତାଙ୍କ ମୁଣ୍ଡରେ ମଧ୍ୟ ଗୁରୁତର ଆଘାତ ଲାଗିଥିଲା । ଆଉ ଆଜି ତାଙ୍କର ମୃତ୍ୟୁ ହୋଇଛି