ଭଲ ଖବର: ଭୁବନେଶ୍ୱରରେ ସୁସ୍ଥ ଅଧିକ, ସଂକ୍ରମଣ କମ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୮୬୪ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୯୩୬ ଜଣ

114

କନକ ବ୍ୟୁରୋ: ଭୁବନେଶ୍ୱର ପାଇଁ ଭଲ ଖବର । ଆଜି ଭୁବନେଶ୍ୱରରେ ଅଧିକ ସୁସ୍ଥ ହୋଇଥିବା ବେଳେ ସଂକ୍ରମଣ କମ ରହିଛି । ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୮୬୪ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୭୩୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୯୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୬୨,୪୯୮ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୦,୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି । ଆହୁରି ୧୨,୦୨୧ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

Comments are closed.