ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ । ପରାଗ ଗୁପ୍ତା ହେଲେ ଓଏଫଡିସି ଅଧ୍ୟକ୍ଷ । ସୁରେନ୍ଦ୍ର କୁମାରଙ୍କୁ ଓଏମସି ଅଧ୍ୟକ୍ଷ ଭାବେ ନିଯୁକ୍ତି ।

526

କନକ ବ୍ୟୁରୋ : ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ୍‌ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍‌ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍‌ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ରେ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି।