କନକ ବ୍ୟୁରୋ : ବାତ୍ୟାକୁ ନେଇ ଆସିଲା ବଡ ଖବର । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବ । ୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବା ସମ୍ଭାବନା । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୦ ତାରିଖ ସୁଦ୍ଧା ଏହା ଉପକୂଳ ଛୁଇଁବ । ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ମଧ୍ୟରେ ଏହା ଉପକୂଳ ଛୁଇଁପାରେ । ବାତ୍ୟା ବାବଦରେ ଟ୍ୱିଟ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ବାତ୍ୟା ଲ୍ୟାଣ୍ଡଫଲ କରିବ ସେନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।

Advertisment

ତେବେ ଏହା କେତେ ଘନୀଭୂତ ହେବ, କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇନାହିଁ । ଏହା ବାତ୍ୟାରେ ପରିଣତ ହେବା ପରେ ଏହାର ଗତିପଥ ଓ ପ୍ରଭାବ ବାବଦରେ ସ୍ପଷ୍ଟ ସୂଚନା ମିଳିପାରିବ ।