କରୋନା ମୁକାବିଲା । ଜୁଲାଇ ୧୬ରୁ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କଲା ବିହାର ।

2,353

କନକ ବ୍ୟୁରୋ : କୋଭିଡ୍-୧୯ ବିସ୍ତାର ଦମନ କରିବାକୁ ଜୁଲାଇ ୧୬ରୁ ୩୧ ତାରିଖ ଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ହେବ ବ‌ୋଲି ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନିତିଶ କୁମାର ଘୋଷଣା କରିଛନ୍ତି । ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସମସ୍ତ ମୁନିସପାଲ୍, ଜିଲ୍ଲା, ସବ୍-ଡିଭିଜନ୍ ଏବଂ ବ୍ଲକ୍ ମୁଖ୍ୟାଳୟସ୍ତରରେ ଲକ୍‌ଡାଉନ୍ ବଳବତ୍ତର ରହିବ। ଏଥିନିମନ୍ତେ ଗାଇଡ୍‌ଲାଇନ୍ ପ୍ରସ୍ତୁତ କରାଯିବ । ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଲକ୍‌ଡାଉନ୍ ଘୋଷଣା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।