ବିହାରରେ ବଡ଼ ରାଜନୈତିକ ହଲଚଲ । ଜେଡିୟୁ ଆରଜେଡି ମେଂଟରେ ଫାଟ, ଖୁବଶୀଘ୍ର ବିଜେପି ସହ ସରକାର ଗଢିପାରନ୍ତି ନୀତୀଶ କୁମାର

137

କନକ ବ୍ୟୁରୋ : ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ମେଂଟକୁ ବଡ ଝଟକା । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ୟୁ-ଟର୍ଣ୍ଣ । ଇଣ୍ଡିଆ ଛାଡି ଏନଡିଏ ମେଂଟରେ ସାମିଲ ହେବ ଜେଡିୟୁ । ଦଳର ବରିଷ୍ଠ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ ପରେ ଚର୍ଚ୍ଚା । ଆସନ୍ତା ୪ ତାରିଖରେ ବିହାରର ବେଟିଆରେ ଗୋଟିଏ ମଂଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ନୀତୀଶ କୁମାର ଏକାଠୀ ହୋଇପାରନ୍ତି । ସବୁ କାର୍ଯ୍ୟକ୍ରମ ବାତିଲ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରୁଦ୍ଧଦ୍ୱାର ବୈଠକ କରିଛନ୍ତି । ବୈଠକ ପଛର କାରଣ ଆରଜେଡି ଓ ଜେଡିୟୁ ଭିତର ବିବାଦ ବୋଲି କୁହାଯାଉଛି । ସେପଟେ ଆରଜେଡି ଶିବିରରେ ହଇଚଇ ଦେଖାଦେଇଛି । ବୁଧବାର ଏକ କାର୍ଯ୍ୟକ୍ରମରେ ନୀତୀଶ ପରୋକ୍ଷରେ ଆରଜେଡିକୁ ଟାର୍ଗେଟ କରିଥିଲେ । ବିନା ନା ନେଇ ବଂଶବାଦ ପ୍ରସଙ୍ଗ ଉଠାଇଥିଲେ । ଏହା ପରେ ଉଭୟ ଦଳ ମଧ୍ୟରେ ଯେଉଁ ବିବାଦ ଓ ତିକ୍ତତା ଥିଲା ତାହା ବଢ଼ିବାରେ ଲାଗିଛି । ସେପଟେ ବିହାର ରାଜନୀତିରେ କ’ଣ ଚାଲିଛି ତା ଉପରେ ନଜର ରଖିଛି ବିଜେପି । ବୁଧବାର ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଓ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ମଧ୍ୟରେ ବସିଥିବା ବୈଠକରେ ବିହାର ରାଜନୀତି ଘଟଣାକ୍ରମ ଉପରେ ଚର୍ଚ୍ଚା କରାଯାଇଛି ।