ବୈଶାଳୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧୨ ଜଣଙ୍କ ମୃତ୍ୟୁ, ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

136

କନକ ବ୍ୟୁରୋ : ବିହାର ପାଟନାର ବୈଶାଳୀ ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଯେଉଁଥିରେ ୧୨ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ମହନାର – ହାଜିପୁର ମୁଖ୍ୟ ରାସ୍ତାରେ ଗତକାଲି ରାତିରେ ଏକ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ପାଖାପାଖି ୧୫ରୁ ଅଧିକ ଜଣ ଲୋକଙ୍କ ଉପରେ ଚଢାଇ ଦେଇଥିଲା ।  ଏହି ଘଟଣାରେ ବିହାର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେହିପରି ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ବିହାର ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଆହତମାନଙ୍କର ଉଚିତ୍ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।