କନକ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ । ବୁଧବାର ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବଦଳିଛନ୍ତି ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ । ଏଥିସହ କଟକ ମହାନଗର ନିଗମକୁ ମିଳିଛି ନୂଆ କମିସନର । ପୂର୍ବରୁ ପୁରୀର ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମର ନୂଆ କମିସନର ଭାବେ ନିଯୁକ୍ତି ମିଳିଛି । ସେହିପରି କଟକ କମିସନର ଥିବା ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ତତ୍ ସହିତ ବାଲେଶ୍ୱର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

Advertisment