ଟିକା ନେଇ ନଥିବା ବ୍ୟକ୍ତିଙ୍କୁ ଖୋଜିବେ ଆଶାକର୍ମୀ : ଯେଉଁ ଗାଁରେ ଅଧିକ ଲୋକସଂଖ୍ୟା ଥିବେ ସେଠି ଅଧିକ ଟିକାକରଣ କେନ୍ଦ୍ର ଖୋଲାଯିବ

୩୦ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇ ନଥିବା କହିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ

187

କନକ ବ୍ୟୁରୋ : କରୋନା ମହାମାରୀ ରୋକିବା ପାଇଁ ଟିକାକରଣ ଏକମାତ୍ର ଉପାୟ ବୋଲି କୁହାଯାଉଛି । ଏପରି ସ୍ଥଳେ ଗ୍ରାମାଂଚଳରେ ବହୁ ଲୋକ ଆଦୌ ଟିକା ନେଇନଥିବା ବେଳେ ଦ୍ୱିତୀୟ ଡୋଜ ଟିକା ନେଇନଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ଟିକା ନେଇ ନ ଥିବା ବ୍ୟକ୍ତିଙ୍କ ଖୋଜା ଅଭିଯାନ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତିି ।

ଗାଁ ଗାଁ ବୁଲି ଆଶା କର୍ମୀମାନେ ଟିକା ନେଇନଥିବା ଲୋକଙ୍କୁ ଖୋଜିବା ସହ ସେମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବେ । ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ ଟିକାକରଣ ଶେଷ ହେବ । ଏଥିପାଇଁ ଟିକା କେନ୍ଦ୍ର ତାଲିକା ବୃଦ୍ଧି କରାଯିବ । ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇ ନାହାଁନ୍ତି ସେଠାରେ ଟିକାକରଣ କେନ୍ଦ୍ର ଖୋଲାଯିବ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇ ନାହାଁନ୍ତିି ବୋଲି ସେ ସୂଚନା ଦେଇଛନ୍ତିି ।