ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ କରୋନା ଟିକା : ଫର୍ମା ଡେପଥ ଟେକ୍ନୋଲୋଜି ମାଧ୍ୟମରେ ଟିକା ଦିଆଯିବ

ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା; ଆଜି ସଂଧ୍ୟାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଭିଡିଓ କନଫରେନ୍ସିଂ ଜରିଆରେ ଦିଆଯିବ ତାଲିମ୍ 

301

କନକ ବ୍ୟୁରୋ : ଶିଶୁମାନେ ବିନା ଛୁଞ୍ଚିରେ ଟିକା ନେବେ ବୋଲି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଶିଶୁମାନେ ଦୁଇଟି ଟିକା ନେବା ପାଇଁ ପରାମର୍ଶ ରହିଛି । ଡିସିଜିଆଇ ଦ୍ବାରା ଅନୁମୋଦିତ ଯାଇପର ଡି ୧୨ ରୁ ୧୮ ବର୍ଷ ବୟସ୍କ ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ । ଏହାଛଡ଼ା କୋଭାକସିନକୁ ପରୀକ୍ଷା କରି ଡିସିଜିଆଇ ଅନୁମତି ଦେବେ। ଏ ନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ସନ୍ଧ୍ୟା ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଲିମ୍ ଦିଆଯିବ ।

ରାଜ୍ୟରେ ୨ ବର୍ଷ ରୁ ୧୮ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କୁ ଟିକା ଦିଆଯିବ। ରାଜ୍ୟରେ ୧ କୋଟି ୪୦ ଲକ୍ଷ ଶିଶୁ ଅଛନ୍ତି । ଯଦି ଏକା ସାଙ୍ଗେ ଆମେ ଶିଶୁମାନଙ୍କୁ ଟିକା ଦେବା ପାଇଁ ଆରମ୍ଭ କରିବୁ, ତେବେ ଆମକୁ ଟିକାକାରଣ କେନ୍ଦ୍ର ସଂଖ୍ୟା ବଢ଼ାଇବାକୁ ପଡ଼ିବ । ନିର୍ଦେଶ ଆସିବା ମାତ୍ରେ ଆମେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରିବୁ । ଯେହେତୁ ପିଲାମାନେ ଇଞ୍ଜେକ୍ସନକୁ ଟିକେ ଡରନ୍ତି, ତେଣୁ ସେମାନଙ୍କୁ ଫର୍ମାଡେପ୍ଥ ଟେକ୍ନୋଲୋଜି ମାଧ୍ୟମରେ ଟିକା ଦିଆଯିବ । ଏଥିପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଆସିବ। ତାହା ଅନୁସାରେ ଆମେ ଟିକାକରଣ କରାଇବୁ ।

ବର୍ତ୍ତମାନ ସୁଦ୍ଧା ୩ କୋଟି ୫୦ ଲକ୍ଷ ଡୋଜ ଟିକା ଦିଆସାରିଲାଣି । ଏଥିମଧ୍ୟରୁ ଏଯାବତ୍ ୨ କୋଟି ୪୭ ଲକ୍ଷ ପ୍ରଥମ ଡୋଜ (୭୮%)ଓ ୧ କୋଟି ୩ଲକ୍ଷ ଦ୍ୱିତୀୟ ଡୋଜ (୩୩%) ଦିଆସାରିଛି । ଆଜି ୧୮୩୦ଟି ଟିକାକରଣ କେନ୍ଦ୍ରରେ ଟିକାକରଣ କରାଯାଉଛି । ବର୍ତ୍ତମାନ ରାଜ୍ୟରେ୨୪ ଲକ୍ଷ ଟିକା ମହଜୁଦ ଅଛି ।