ରାଜ୍ୟରେ ତୃତୀୟ ଦିନରେ ଟିକାକରଣ ଜାରି: ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ଏବେ ମନାକଲେ, ପରେ ମାଗଣାରେ ଦିଆଯିବନି ଟିକା

ସେପଟେ ଆଜି ଆସିବ ଆଉ ୩ ଲକ୍ଷ ୩୪ ହଜାର ୫ ଶହ ଡୋଜ୍ କୋଭିସିଲ୍ଡ ଟିକା । ତିନି ଦିନ ପରେ ବିଭିନ୍ନ ଜିଲ୍ଳାକୁ ପଠାଯିବ ଭ୍ୟାକସିନ୍

115

କନକ ବ୍ୟୁରୋ:  କରୋନା ଟିକାକରଣ ଜୋରସୋରରେ ଆଗେଇ ଚାଲିଛି ।  ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ନେବାକୁ ଅପିଲ କରାଯାଇଛି । କିନ୍ତୁ ଯେଉଁମାନେ ଟିକାକରଣ ପାଇଁ ମନା କରିଦେଉଛନ୍ତି ସେମାନଙ୍କୁ ପରବର୍ତ୍ତୀ ସମୟରେ ମାଗଣାରେ ଆଉ ଟିକା ଦିଆଯିବ ନାହିଁ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ସେପଟେ ଆଜି ପହଞ୍ଚିବ ଦ୍ୱିତୀୟ ଦଫା କରୋନା ଟିକା । ଆଜି ରାଜଧାନୀ ଭୁବନେଶ୍ୱରରେ ୩ ଲକ୍ଷ ୩୪ ହଜାର ୫ ଶହ ଡୋଜ୍ କୋଭିସିଲ୍ଡ ଟିକା ପହଞ୍ଚିବ ବୋଲି ଜଣାପଡିଛି । ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ  ସ୍ପାଇସ ଜେଟରେ ଟିକା ପହଞ୍ଚିବ । ତିନି ଦିନ ପରେ ଟିକାକୁ ବିଭିନ୍ନ ଜିଲ୍ଲାକୁ ପଠାଯିବ ।  ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏନେଇ ସୂଚନା ଦେଇଛନ୍ତି ।

ତେବେ ପୂର୍ବରୁ ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟରୁ ରାଜ୍ୟକୁ ୪ ଲକ୍ଷ ୮ ହଜାର କୋଭିସିଲ୍ଡ ଟିକା ଆସିଥିଲା । ଦ୍ୱିତୀୟ ଦଫା କରୋନା ଟିକା ପହଞ୍ଚିବା ପରେ, ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କୋଭିଡ ଯୋଦ୍ଧାଙ୍କ ଟିକାକରଣ ହୋଇପାରିବ ବୋଲି ଆଶା ରଖିଛନ୍ତି ସରକାର ।