କନକ ବ୍ୟୁରୋ : ଆଗାମୀ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀ ଘୋଷଣା କରିଛି । ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଲତା ଉସେଣ୍ଡିଙ୍କୁ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି । ସେହିଭଳି ୨୩ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ ଘୋଷଣା କରିଛି ବିଜେପି ।
ଉତ୍ତରପ୍ରଦେଶ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଏକାକୀ ପ୍ରଭାରୀ ଦାୟିତ୍ୱ ମିଳିଛି । ବିହାର ପାଇଁ ବିନୋଦ ତାୱଡେ, ପଞ୍ଜାବ ଓ ଚଣ୍ଡିଗଡ ପାଇଁ ବିଜୟ ରୂପାନୀ, ହରିୟାଣା ପାଇଁ ବିପ୍ଲବ କୁମାର ଦେବ, କେରଳ ପାଇଁ ପ୍ରକାଶ ଜାବଡେକରଙ୍କ ଭଳି ବରିଷ୍ଠ ନେତାଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/01/24-26.jpg)
/kanak/media/post_attachments/wp-content/uploads/2024/01/140018c3-9932-41b1-93cd-638f33cf8784.jpg)