ଆଜି ବାଲେଶ୍ୱର ଯିବେ ମୁଖ୍ୟମନ୍ତ୍ରୀ : ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ

Advertisment
ଆଜି ବାଲେଶ୍ୱର ଯିବେ ମୁଖ୍ୟମନ୍ତ୍ରୀ : ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ

କନକ ବ୍ୟୁରୋ : ଆଜି ବାଲେଶ୍ୱରରେ ବଣ୍ଟା ହେବ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତରେ ଯାଇ ଏହି ସ୍ମାର୍ଟ କାର୍ଡ ବାଣ୍ଟିବେ । ଏଥିସହିତ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର କରିବେ ଉଦଘାଟନ ଓ ଭିତିପ୍ରସ୍ତାର ସ୍ଥାପନ । ଏହା ପୂର୍ବରୁ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ଏହି ସ୍ମାର୍ଟ କାର୍ଡରେ ସାମିଲ ହୋଇସାରିଛି । ବାଲେଶ୍ୱର ଜିଲ୍ଲାର ୫ ଲକ୍ଷ ୧୩ ହଜାର ୩୫୨ ଜଣ ପରିବାର ଉପକୃତ ହେବେ । ଏହା ସହ ବାଲେଶ୍ୱରବାସୀଙ୍କୁ ୧୪ ଶହ ୭୬ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ । ୩୭୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ଉଦଘାଟନ କରିବେ । ଏହା ସହ ୧୧ ଶହ କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଗତକାଲି ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୁବର୍ଣ୍ଣପୁର ଜିଲ୍ଲାର ଏକ ଲକ୍ଷ ୫୦ ହଜାର ଓ ବୌଦ୍ଧର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ପାଇବେ। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ ।

ଏହି ଜିଲ୍ଲାର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡ଼ିଶାର ଗୌରବକୁ ଦେଶବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ । ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ ସୋନପୁରରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି। ତା’ ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe