ଓଡିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ବଡ ଦାୟିତ୍ୱ । ତାଞ୍ଜାନିଆର ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ।

353

କନକ ବ୍ୟୁରୋ: ଓଡିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ବଡ ଦାୟିତ୍ୱ । ତାଞ୍ଜାନିଆର ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ । ବିନୟ ଶ୍ରୀକାନ୍ତଙ୍କୁ ନିଯୁକ୍ତ ଦେଲେ ଭାରତ ସରକାର । ଓଡିଶାର ଦେବଗଡ ସହରରେ ବିନୟ ଶ୍ରୀକାନ୍ତଙ୍କ ଘର । ଏନେଇ ବିଦେଶ ମନ୍ତ୍ରାଳୟ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି ।

ବିନୟ ଶ୍ରୀକାନ୍ତ ପ୍ରଧାନ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ୟ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି ।

୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।