ଭିଜିଲାନ୍ସ ଜାଲରେ ସରକାରୀ ବାବୁ : ସହକାରୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହଙ୍କ ଘରେ ରେଡ୍

98

କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଗଞ୍ଜାମ ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ରେଡ କରୁଛି ଭିଜିଲାନ୍ସ । ଆୟବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ରେଡରେ ଜଣେ ଅତିରିକ୍ତ ଏସପି, ୪ଜଣ ଡିଏସପି, ୯ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି ।