କନକ ବ୍ୟୁରୋ: ବିଜେଡି କର୍ମୀଙ୍କ ମାଡରେ ୩ଜଣ ବିଜେପି କର୍ମୀ ଆହତ ହୋଇଥିବା ଅଭିଯୋଗ ହୋଇଛି । ଆହତଙ୍କୁ ଡେଲାଙ୍ଗ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଗୁରୁତର ଆହତଙ୍କୁ ଏମ୍ସ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱର ଏମ୍ସ ଯାଇ ବିଜେପି ସଭାପତି ସମୀର ମହାନ୍ତି ଗୁରୁତର ବିଜେପି କର୍ମୀଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ଡେଲାଙ୍ଗ ଜେନାପୁରର ବାହ୍ମଣ ବାଡ଼ ଅଂଚଳରେ ବିଜେପି କର୍ମୀ ପ୍ରଚାର କରୁଥିବା ବେଳେ ଏହି ଗଣ୍ଡଗୋଳ ହୋଇଥିଲା । ଘଟଣା ପରେ ପଟନେକିଆ ରାସ୍ତାକୁ ହାଟଡେଲାଙ୍ଗ ଠାରେ ଅବରୋଧ କରି ଅଭିଯୁକ୍ତକୁ ଗିରଫ କରିବା ପାଇଁ ଦାବି କରିଛି ବିଜେପି ।
ସେପଟେ ଆଜି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କିଛି ବିଜେପି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏଥିରେ ଗାଡିର କାଚ ଭାଙ୍ଗିବା ସହିତ କିଛି ବିଜେଡି କର୍ମୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ଏବେ ଡେଲାଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପିପିଲିରେ ଭୋଟ୍ ପଡିବା ଆଗରୁ ଏହି ନିର୍ବାଚନୀ ହିଂସା କେଉଁ ଦିଗକୁ ଗତି କରୁଛି ତାହା ଉପରେ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/04/34-9.jpg)