କନକ ବ୍ୟୁରୋ: ରାଜ୍ୟସଭା ପାଇଁ ୪ ପ୍ରାର୍ଥୀ ଘୋଷଣା କଲା ବିଜେଡି । ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର । ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରିଛି ବିଜେଡି ।

Advertisment

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ତାଲିକା ପ୍ରସ୍ତୁତ କରାଯାଇଥିବା କୁହାଯାଇଛି । ତାଲିକାରେ ସସ୍ମିତ ପାତ୍ର, ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶିଙ୍କୁ ଚୟନ କରାଯାଇଛି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସସ୍ମିତ ପାତ୍ରଙ୍କୁ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ପଠାଯାଉଛି ।
ରାଜନୈତିକ ସମୀକରଣକୁ ଲକ୍ଷ କରି ୪ ଚେହେରାକୁ ସାମ୍ନାକୁ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ଚେହେରା ଭିତରେ ସୁଲତା ଦେଓଙ୍କୁ ସାମ୍ନାକୁ ଆମି ମହିଳା କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

publive-image