ନାମାଙ୍କନ ଭରିଲେ ବିଜେଡ଼ି ପ୍ରାର୍ଥୀ ! ବିଶାଳ ରାଲିରେ ଆସି ପଦ୍ମପୁର ଉପଜିଲ୍ଲାପାଳ ଅଫିସରେ ପ୍ରାର୍ଥୀପତ୍ର ଦାଖଲ କଲେ ରୀତା ସାହୁ

483

କନକ ବ୍ୟୁରୋ: ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ । ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସି ସେ ନାମାଙ୍କନ ଭରିଛନ୍ତି । ପଦ୍ମପୁର ଉପଜିଲ୍ଳାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ବେଳେ ତାଙ୍କ ସହ ଉପସ୍ଥିତ ଥିଲେ ନବ ଦାସ, ସୁଶାନ୍ତ ସିଂ, ସଂଜୟ ଦାସ ବର୍ମା, ପ୍ରଫୁଲ୍ଲ ମଲ୍ଲିକ, ପ୍ରସନ୍ନ ଆଚାର୍ଯ୍ୟ, ସ୍ନେହାଙ୍ଗୀନ ଛୁରିଆ ଓ ଡକ୍ଟର ରାସେଶ୍ୱରୀ ପାଣ୍ରିଗ୍ରାହୀ । ସେହିପରି କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ମଧ୍ୟ ନିରାଡମ୍ବର ଭାବେ ଆସି ଉପଜିଲ୍ଳାପାଳଙ୍କ ଅଫିସରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏହା ସହ ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ସମର୍ଥକଙ୍କ ସହ ଏକ ବିଶାଳ ପଟୁଆରରେ ଆସି ନାମାନଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପିର ପ୍ରାର୍ଥୀ ସନତ ଗଡତିଆ ।

ତେବେ ଦୁଇ ପୁରୁଣା ମୁହଁ ବିଜେଡିର ରୀତା ସାହୁ, ବିଜେପିର ସନତ ଗଡ଼ତିଆଙ୍କ ସହ କଂଗ୍ରେସର ନୂଆ ମୁହଁ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ମୁକାବିଲା ଲାଗି କ୍ଷେତ୍ର ପ୍ରସ୍ତୁତ ହୋଇଛି । ଆସନ୍ତା ୨୧ ତାରିଖରେ ବିଜେପୁର ଉପ-ନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ମତଦାନର ୩ ଦିନ ପରେ ଅର୍ଥାତ୍ ୨୪ ତାରିଖରେ ଭୋଟ୍ ଗଣତି ହେବ । ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରରୁ ଆସନରୁ ଲଢ଼ି ବିପୁଳ ଭୋଟରେ ବିଜୟୀ ହୋଇଥିଲେ । ତେବେ ନବୀନ ଉଭୟ ହିଞ୍ଜିଳି ଓ ବିଜେପୁରରୁ ବିଜୟୀ ହୋଇଥିଲେ । ପରେ ବିିଜେଡି ସୁପ୍ରିମୋ ବିଜେପୁର ଆସନ ଛାଡ଼ିଥିଲେ, ଫଳରେ ଏଠାରେ ଉପ ନିର୍ବାଚନ କରାଯାଉଛି ।