କନକ ବ୍ୟୁରୋ : ପେଟ୍ରୋଲ, ଡିଜେଲ ଓ ଏଲପିଜି ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଅହେତୁକ ଭାବେ ବୃଦ୍ଧି ପାଇଛି । ଏହା ବିରୋଧରେ ରାଜରାସ୍ତାକୁ ଓହ୍ଳାଇଛି ବିଜେଡି । ଗତକାଲି ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲାବେଳେ ଆଜିଠାରୁ ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିବାଦ କରିବ ବିଜେଡି । ଆଜି ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜେଡି ପକ୍ଷରୁ ପ୍ରତିବାଦ କରିବା ସହିତ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯିବ ।
ଗତକାଲି ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଗ୍ୟାସ ଟାଙ୍କି ରଖି ଚୁଲିଜାଲି ପ୍ରତିବାଦ କରାଯାଇଥିଲା । ସାଇକେଲ ଶୋଭାଯାତ୍ରା କରି ବିଜୁ ଯୁବ ଓ ମହିଳା ବିଜେଡି କର୍ମୀ ଦଳୀୟ କାର୍ଯ୍ୟାଳୟରୁ ରାଜଭବନ ପର୍ଯ୍ୟନ୍ତ ଯାଇଥିଲେ । ସେଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହା ପରେ ଏକ ପ୍ରତିନିଧି ଦଳ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ଦେଇଥିଲେ । ଦର ବୃଦ୍ଧି ପାଇଁ କେନ୍ଦ୍ରରେ ବିଜେପି ସରକାରଙ୍କୁ ଦାୟୀ କରଛିି ବିଜୁ ଜନତା ଦଳ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/DSC_0576.jpg)