କନକ ବ୍ୟୁରୋ: ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର କରିବେ । ଦିନ ୧୧ଟା ୧୫ ମିନିଟ ସମୟରେ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ ସେଠାରେ ଜନ ସଭାକୁ ସମ୍ବୋଧନ କରିବେ ନବୀନ । ମଧ୍ୟାହ୍ନ ୧୨ଟା ୦୫ ମିନିଟ ସମୟରେ ନାକଟିଦେଉଳ କଲେଜ ପଡିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଚଳିତ ନିର୍ବାଚନରେ ପ୍ରଥମ କରି ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ କରୁଥିବାରୁ ବିଜୁ ଜନତା ଦଳର କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ରହିଛି । ସମ୍ୱଲପୁର ଏବେ ରାଜ୍ୟ ରାଜନୀତିର ହଟସ୍ପଟ୍ ପାଲଟିଥିବା ବେଳେ ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ କିଭଳି ଟାର୍ଗେଟ କରିବେ ଏନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବିଜୁ ଜନତା ଦଳକୁ ଆଗକୁ ବଢ଼ିବାରେ ଇନ୍ଧନ ଯୋଗାଇବା ବୋଲି କୁହାଯାଉଛି ।
ଆଜି ସମ୍ବଲପୁରରେ ବିଜେଡି ସୁପ୍ରିମୋ କରିବେ ପ୍ରଚାର । ୧୧ଟା ୧୫ରେ ଅଇଁଠାପାଲି ଏବଂ ମଧ୍ୟାହ୍ନ ୧୨ଟା ୦୫ରେ ନାକଟିଦେଉଳରେ ଜନସଭାକୁ କରିବେ ସମ୍ବୋଧନ ।
/kanak/media/post_attachments/wp-content/uploads/2024/05/bjd-naveen-patnaik.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)