ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ବିଜେପି-କଂଗ୍ରେସର ବିରୋଧ

32

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ ଭୟରେ ପୋଲିସର ଆଗୁଆ କାର୍ଯ୍ୟାନୁଷ୍ଠାନ । ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ପୂର୍ବରୁ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଆଗୁଆ ଅଟକ ରଖୁଛି ପୋଲିସ । ଆଜି ସମ୍ବଲପୁରରେ ପାସପୋର୍ଟ ଅଫିସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ମହିଳା ମୋର୍ଚ୍ଚା ଓ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି । ଫଳରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ବିରୋଧ ପ୍ରଦର୍ଶନ ଆଶଙ୍କାରେ ଆଗୁଆ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଅଟକ ରଖୁଛି ପୋଲିସ । ୧୦ ଜଣ କଂଗ୍ରେସ କର୍ମୀଙ୍କ ସହ କିଛି ବିଜେପି କର୍ମୀଙ୍କୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି ।