ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ବଡଚଣାରୁ ଲଢିବେ ବର୍ଷା, କଟିଲା ଅମର ଶତପଥୀଙ୍କ ଟିକେଟ ।

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ବଡଚଣାରୁ ଲଢିବେ ବର୍ଷା, କଟିଲା ଅମର ଶତପଥୀଙ୍କ ଟିକେଟ ।

କନକ ବ୍ୟୁରୋ : ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଷଷ୍ଠ ପର୍ଯ୍ୟାୟରେ ବିଜେଡି ୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣା ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ଶୁଭାସିନୀ ସାହୁ, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ, କେନ୍ଦ୍ରାପଡାରୁ ଗଣେଶ୍ୱର ବେହେରା, ଚମ୍ପୁଆରୁ ସନାତନ ମହାକୁଡଙ୍କୁ ପ୍ରାର୍ଥୀ କରିଛି ଦଳ । ପ୍ରାର୍ଥୀ ତାଲିକା ଘୋଷଣା କରି ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ଆଶୀର୍ବାଦ କାମନା କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe